ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁସୂଚିତ ଜନଜାତି ଓ ଜାତି ବିଭାଗରେ ୫-ଟି କାର୍ଯ୍ୟକ୍ରମ

୫୦ ହଜାର ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି ଟଙ୍କାର ବୃତ୍ତି
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ ଟି ଅନ୍ୟ ଛତ୍ରାବାସ ଉଦ୍‌ଘାଟନ, ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ , ୫୦ ହଜାର ଛାତ୍ରଛାତ୍ରୀଙ୍କୁ ବୃତ୍ତି , ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହିସବୁ କାର୍ଯ୍ୟକ୍ରମ ଗୁଡିକ ବିଭାଗର କାର୍ଯ୍ୟକ୍ରମରେ ଅଧିକ ଦକ୍ଷତା ଓ ସ୍ୱଚ୍ଛତା ଆଣିବାରେ ସହାୟକ ହେବ । ଏ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଲେ ଯେ ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର । ଜନଜାତି ଭାଇଭଉଣୀ ମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଦେଖାଇ ପାରିଛନ୍ତି । ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ ବୋଲି ମତ ଦେଇ ମାତୃଭାଷା ଜରିଆରେ ହିଁ ପିଲାମାନେ ସହଜରେ ଶିକ୍ଷା ଗ୍ରହଣ କରିପାରନ୍ତି । ଆଜି ଆରମ୍ଭ ହେଉଥିବା ସଂହତି କାର୍ଯ୍ୟକ୍ରମ ଦ୍ୱାରା ଦେଢଲକ୍ଷ ପିଲା ସୁବିଧାରେ ପାଠ ପଢି ପାରିବେ । ସେହିପରି ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମୋ ଛାତ୍ରାବାସ କାର୍ଡ, Odisha State Scholarship Portal ରେ Post Matric Scholarship ସିଧା ସଳଖ ବ୍ୟାଙ୍କ ଆକାଉଣ୍ଟରେ ପ୍ରଦାନ କରାଯାଉଛି । ଏହି ଦୁଇଟି ଯୋଜନାରେ ଛଅ ଲକ୍ଷରୁ ଅଧିକ ପିଲା ଉପକାର ପାଇବେ ବୋଲି ସେ କହିଥିଲେ ।

Leave a Reply

Your email address will not be published. Required fields are marked *