ରାଜ୍ୟ

ପୁଣି ବଦଳିଲା ସ୍କୁଲ ସମୟ

ଭୁବନେଶ୍ୱର : ସକାଳୁଆ ସ୍କୁଲ ନେଇ ବଦଳିଲା ପୂର୍ବ ନିର୍ଦ୍ଧାରିତ ସମୟ । ଏଣିକି ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ ରୁ ୯ଟା ପର୍ଯ୍ୟନ୍ତ ହେବ ସ୍କୁଲ । ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ ବୋଲି ସୂଚନା ଦେଇଛି ଗଣଶିକ୍ଷା ବିଭାଗ । ପୂର୍ବରୁ ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ ବୋଲି ନିଷ୍ପତ୍ତି ହୋଇଥିଲା । ତେବେ ସକାଳ ୭ରୁ ଦିନ ୧ଟା ଯାଏ ଚାଲିଥିବା ସ୍କୁଲ ସମୟ ବଦଳିବା ନେଇ ପୂର୍ବରୁ ମଧ୍ୟ ଚର୍ଚ୍ଚା ହେଉଥିଲା। କିନ୍ତୁ ଖରା ପାଇଁ ସମସ୍ୟା ହେଉଥିବାରୁ ସମୟ ପରିବର୍ତ୍ତନ ନେଇ ତର୍ଜମା ଚାଲିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପୂର୍ବରୁ ସୂଚନା ଦେଇଥିଲେ ।

Leave a Reply

Your email address will not be published. Required fields are marked *