Uncategorized

ଖୁବ ଶୀଘ୍ର ଆରମ୍ଭ ହେବ ତାଳଚେରରେ ନୂଆ ତାପଜ ୟୁନିଟ୍ – ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ତାଳଚେର ତାପଜ ବିଦ୍ୟୁତ୍ କେନ୍ଦ୍ର ଚାଲୁ ରଖିବା ପାଇଁ ରାଜ୍ୟ ସରକାର ଏବଂ ଏନଟିପିସି ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଲେଖିଥିବା ଚିଠି ଅନୁସାରେ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ତାଳଚେରରେ ଥିବା ପୁରୁଣା ତାପଜ ବିଦ୍ୟୁତ୍ କେନ୍ଦ୍ର ଚଳାଇବା ଏବଂ ନୂଆ ୟୁନିଟ୍ ପ୍ରତିଷ୍ଠା ବିଷୟରେ ଆଲୋଚନା ହୋଇଛି ।

ତାଳଚେରରେ ରାଜ୍ୟର ବିଦ୍ୟୁତ୍ ଚାହିଦା ଅନୁସାରେ ଗୋଟିଏ କିମ୍ବା ଦୁଇଟି ଅଲଟ୍ରା-ମେଗା ପାୱାର ୟୁନିଟ୍ ପ୍ରତିଷ୍ଠା ନିମନ୍ତେ ନିଷ୍ପତ୍ତି ହୋଇଛି । ନୂଆ ୟୁନିଟର ପ୍ରତିଷ୍ଠା, ଉତ୍ପାଦିତ ବିଦ୍ୟୁତର ବିପଣୀ ଓ କାରବାର ସମ୍ବନ୍ଧରେ ଗ୍ରୀଡକୋ ଏବଂ ଏନଟିପିସି ମିଳିତ ଭାବେ କାର୍ୟ୍ୟପନ୍ଥା ନିର୍ଦ୍ଧାରଣ କରିବେ ବୋଲି ସ୍ଥିର ହୋଇଥିଲା । ଏ ବିଷୟରେ ଖୁବଶୀଘ୍ର ରାଜ୍ୟ ସରକାରଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯିବ ବୋଲି ଏନଟିପିସି ଅଧ୍ୟକ୍ଷ ଗୁରୁଦୀପ ସିଂ କହିଥିଲେ ।

Leave a Reply

Your email address will not be published. Required fields are marked *