ମହାନଗରରାଜ୍ୟ

ଭୁବନେଶ୍ୱରରେ ୨ ସଫେଇ କର୍ମୀଙ୍କ ମୃତ୍ୟୁ ଘଟଣା, ୧୦ ଲକ୍ଷ କ୍ଷତିପୂରଣ ନିର୍ଦ୍ଦେଶ ଦେଲେ ଏନଏଚଆରସି

ଭୁବନେଶ୍ୱର: ଭୁବନେଶ୍ୱରରେ ମଇଳା ଟାଙ୍କି ସଫା କରିବା ସମୟରେ ଦୁଇଜଣଙ୍କ ମୃତ୍ୟୁ ହେବା ଘଟଣାରେ ଜାତୀୟ ମାନବ ଅଧିକାର କମିଶନ (ଏନଏଚଆରସି) ମୁଖ୍ୟ ଶାସନ ସଚିବ ଓ ପୋଲିସ୍ ଡିଜିଙ୍କୁ ନୋଟିସ୍ ଜାରି କରିଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସେ ନିର୍ଦ୍ଦେଶ କରିଛନ୍ତି । ଏଥିସହିତ ଦୋଷୀ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବି ନିର୍ଦ୍ଦେଶ ଦେଇଛନ୍ତି । ଦୋଷୀ ଅଫିସରଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ସେ ସମ୍ପର୍କରେ ଛଅ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ ଲାଗି ଜାତୀୟ ମାନବ ଅଧିକାର କମିଶନ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି  ।

ମାନବିକ ଅଧିକାର କର୍ମୀ ଶ୍ରୀ ଅଖଣ୍ଡ ଏକ ପିଟିସନ ଜରିଆରେ ଅଭିଯୋଗ କରିଥିଲେ ଯେ ଗତ ମାର୍ଚ୍ଚ ୧୯ରେ ବ୍ରହ୍ମେଶ୍ୱର ବାଗ୍ ଅଂଚଳରେ ଟାଙ୍କି ସଫା କରିବା ସମୟରେ ସୁନାରାମ ସଦର (୫୫) ଓ ସିଲୁପ ବିରୁଆଙ୍କର ମୃତ୍ୟୁ ଘଟିଥିଲା । ଓଡିଶା ଜଳ ଯୋଗାଣ ଓ ସ୍ୱେରେଜ୍ ବୋର୍ଡ ଦ୍ୱାରା ନିଯୁକ୍ତ ଏକ ଠିକାଦାର ସଂସ୍ଥା ଦ୍ୱାରା ସେମାନେ ନିଯୁକ୍ତ ହୋଇଥିଲେ। କାମ କରିବା ସମୟରେ ସେମାନେ ଅକ୍ସିଜେନ୍ ମାସ୍କ ପିନ୍ଧିନଥିଲେ କିମ୍ବା ଅନ୍ୟ ସୁରକ୍ଷା ସାରଜାଂମ ନଥିଲା। 

Leave a Reply

Your email address will not be published. Required fields are marked *