ରାଜ୍ୟ

ରାଜ୍ୟରେ କାୟା ମେଲାଉଛି କରେନା; ଗୋଟିଏ ଦିନରେ ୬,୬୪୭ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ସବୁ ରେକର୍ଡ ଭାଙ୍ଗିଛି । ଗତ ୨୪ ଘଣ୍ଟାରେ ୬ ହଜାର ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ପୂର୍ବ ସମସ୍ତ ସଂକ୍ରମଣର ରେକର୍ଡ ଭାଙ୍ଗିଛି । ଏଥିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ଟପିଛି । ଗତ ୩ ଦିନ ଧରି ରାଜ୍ୟରେ ଲଗାତାର ଭାବେ ୬ ହଜାରରୁ ଅଧିକ ସଂକ୍ରମଣ ମାମଲା ଚିହ୍ନଟ ହେଉଥିବା ବେଳେ ଗୋଟିଏ ଦିନ ବ୍ୟବଧାନରେ ପୁଣି ଥରେ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩ ହଜାର ୮୫୫ ମାମଲା ଆସିଥିବା ବେଳେ ୨ ହଜାର ୭୯୨ଟି ମାମଲା ହେଉଛି ସ୍ଥାନୀୟ ସଂକ୍ରମଣ ।

ଖୋର୍ଦ୍ଧାରୁ ସର୍ବାଧିକ ୧୧୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୮ ଜଣ ଆକ୍ରାନ୍ତ ଅଛନ୍ତି । ଅନୁଗୁଳରୁ ୧୪୧, ବାଲେଶ୍ୱରରୁ ୫୩, ବରଗଡ଼ରୁ ୨୯୦, ଭଦ୍ରକରୁ ୪୧, ବଲାଙ୍ଗିରରୁ ୨୩୪, ବୌଦ୍ଧରୁ ୩୯, କଟକରୁ ୩୩୬, ଦେବଗଡ଼ ଓ ଢେଙ୍କାନାଳରୁ ୩୪ ଜଣ ଲେଖାଏଁ, ଗଜପତିରୁ ୯୬, ଗଞ୍ଜାମରୁ ୧୬୧, ଜଗତସିଂହପୁରରୁ ୬୫, ଯାଜପୁରରୁ ୧୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଝାରସୁଗୁଡ଼ାରୁ ୩୪୩, କଳାହାଣ୍ଡିରୁ ୩୬୧, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୪୭, କେନ୍ଦୁଝରରୁ ୧୮୩, ଖୋର୍ଦ୍ଧାରୁ ୧୧୮୯, କୋରାପୁଟରୁ ୬୭, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୧୨୨, ନବରଙ୍ଗପୁରରୁ ୨୨୪, ନୟାଗଡ଼ାରୁ ୧୧୦, ନୂଆପଡ଼ାରୁ ୫୫୯, ପୁରୀରୁ ୩୯୫, ରାୟଗଡ଼ାରୁ ୧୧୬, ସମ୍ବଲପୁରରୁ ୧୭୫, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୭୮୮ ଏବଂ ଷ୍ଟେଟ ପୁଲରୁ ୨୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୧ ହଜାର ୩୪୧ରେ ପହଞ୍ଚିଛି । ଏବେ ରାଜ୍ୟରେ ୪୩ ହଜାର ୩୦୪ଟି ସକ୍ରିୟ ସଂକ୍ରମଣ ମାମଲା ଥିବାବେଳେ ୩ ଲକ୍ଷ ୫୬ ହଜାରରୁ ଅଧିକ ଜଣ କରୋନାକୁ ମାତ୍ ଦେଇଛନ୍ତି।

Leave a Reply

Your email address will not be published. Required fields are marked *