ରାଜ୍ୟ

ଆଜି ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଜି ରାଜ୍ୟର ୨୪ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏସବୁ ଜିଲ୍ଲା ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି। ଏଥିସହ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ ଗଜପତି ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ର କହିଛି ଯେ ୧୩ ତାରିଖ ଦିନ ୧୮ ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ଝଡ଼ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲ‌ାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାଫଳରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କିନ୍ତୁ ଏହାପରେ ତାପମାତ୍ରା ପ୍ରାୟ ୨ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *