ମହାନଗରରାଜ୍ୟ

ଭୁବନେଶ୍ୱରରୁ ଆଜି ୯୨୫ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୯୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୮୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୫୫ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୬୪ ହଜାର ୫୭୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୫୧ ହଜାର ୯୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୨,୩୪୧ ଜଣ ଚିକିତ୍ସିତ ହେଉଥିବା ବେଳେ ୩୦୧ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *