ରାଜ୍ୟ

ରାଜ୍ୟରେ ଆଜି ୪୦ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ଼, ବଲାଙ୍ଗିର, ଦେବଗଡ଼ରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *