ମହାନଗରରାଜ୍ୟ

ଭୁବନେଶ୍ୱରରୁ ଆଜି ୫୯୨ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଥିବା ବେଳେ ଭୁବନେଶ୍ୱରରୁ ଆଜି ୫୯୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୮୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୨୫୫ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୯ ହଜାର ୯୧୯ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୭୦ ହଜାର ୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୯,୪୬୫ ଜଣ ଚିକିତ୍ସିତ ହେଉଥିବା ବେଳେ ୩୫୧ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *