ରାଜନୀତିରାଜ୍ୟ

ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀର ପ୍ରକୋପ ଏବେ ବି ଜାରି ରହିଛି । ନେତା, ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଅନେକ ସେଲିବ୍ରିଟମାନେ ମଧ୍ୟ ଏହାର ଶିକାର ହେଉଛନ୍ତି । ଏହାରି ମଧ୍ୟରେ ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରାଜେନ୍ଦ୍ରଙ୍କୁ ଛତିଶଗଡର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ସୂଚନା ମିଳିଛି । ସୂତ୍ରରୁ ଖବର ମିଳିଛି ଯେ, ବିଧାୟକ ରାଜେନ୍ଦ୍ର କରୋନା ପଜିଟିଭ ହେବା ପରେ ନିଜକୁ ହୋମ୍ ଆଇସୋଲେସନରେ ରଖିଥିଲେ । କିନ୍ତୁ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଛତିଶଗଡର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

ତେବେ ରାଜ୍ୟରେ ଆଜି ପୁଣି ୬୧୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୫୩ ଓ ସ୍ଥାନୀୟ ଅଞ୍ଚଳରୁ ୨୬୬୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୯ ହଜାର ୨୧୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୩୯ ହଜାର ୩୭୬ ରହିଥିବା ବେଳେ ୭୬ ହଜାର ୭୫୦ ଜଣ ଚିକିତ୍ସିତ ହେଉଛନ୍ତି ।

Leave a Reply

Your email address will not be published. Required fields are marked *