ଦେଶ- ବିଦେଶରାଜ୍ୟ

ମାଲକାନଗିରି ସୀମାନ୍ତରେ ଏନକାଉଣ୍ଟର, ଟଳିଲେ ୬ ମାଓବାଦୀ

ମାଲକାନଗିରି : ମାଲକାନଗିରି ସୀମାନ୍ତରେ ଆଜି ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ପୋଲିସ ଏନକାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଥିବା ଖବର ମିଳିଛି । ଘଟଣାସ୍ଥଳରୁ ଗୋଟିଏ ୭ଟି ବନ୍ଧୁକ ସହ ବହୁ ପରିମାଣରେ ବିସ୍ଫୋରକ ଜବତ ହୋଇଛି । ତେବେ ମାଲକାନଗିରି ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲ୍ଲା ଥିଗାଲମେଟ୍ଟା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । କୋୟୁର ମଣ୍ଡଳର ଥିଗାଲମେଟ୍ଟା ଘଞ୍ଚ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ସୂଚନା ମିଳିବା ପରେ ପୋଲିସ ଭୋରରୁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା । ଏବେି ଗଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Leave a Reply

Your email address will not be published. Required fields are marked *