ମହାନଗରରାଜ୍ୟ

ଭୁବନେଶ୍ୱରରୁ ଆଜି ୩୭୫ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୩୭୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୮୪ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୮୭ ହଜାର ୬୪୯ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୫ ହଜାର ୭୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୪୭୬ ଜଣ ଚିକିତ୍ସିତ ହେଉଥିବା ବେଳେ ୪୧୫ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *