ଦେଶ- ବିଦେଶ

କେନ୍ଦ୍ର ସରକାରଙ୍କ ଲାଗୁ କଲେ ପରିବର୍ତ୍ତିତ ନୂଆ ଟିକାକରଣ ନୀତି

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ପରିବର୍ତିତ ଟିକାକରଣ ନୀତି ଲାଗୁ ହେବା ପରେ ଘରୋଇ ହସ୍ପିଟାଲ ଗୁଡିକ ସର୍ଭିସ ଚାର୍ଜ ନେଇ ଦେଉଥିବା ଟିକାକୁ ବନ୍ଦ କରି ଦିଆଯାଇଛି । ଘରୋଇ ହସ୍ପିଟାଲ ଗୁଡିକ ଚାହିଁଲେ ଆଜିଠୁ ସିଧାସଳଖ ଭ୍ୟାକ୍ସିନ ପ୍ରସ୍ତୁତ କାରୀ କମ୍ପାନୀଠୁ ଟିକା କିଣି ପାରିବେ । ସରକାର ଯେଉଁ ଦର ଧାର୍ଯ୍ୟ କରିଛନ୍ତି ସେହି ଦର ଅନୁଯାୟୀ ଟିକାକରଣ କରିବେ । କୋଭିସିଲ୍ଡ ଟିକା ୭୮୦ ଟଙ୍କା ଓ କୋଭାକ୍ସିନ ଟିକା ୧୪୧୦ ଟଙ୍କା ଧାର୍ଯ୍ୟ କରାଯାଇଛି । ସେହି ଦର ଅନୁଯାୟୀ ସେମାନେ ଟିକାକରଣ କରି ପାରିବେ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ।ଏଥିସହିତ ତୃତୀୟ ଲହର ଆସିବା ପୂର୍ବରୁ ଅଧିକରୁ ଅଧିକ ଲୋକଙ୍କୁ ଟିକାକରଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଗତକାଲି ୧୬୧୩ଟି ଟିକାକରଣ କେନ୍ଦ୍ରରେ ୩ ଲକ୍ଷ ୩୨ହଜାର ୭୧୭ ଜଣଙ୍କୁ ଟିକାକରଣ କରାଯାଇଛି ।

Leave a Reply

Your email address will not be published. Required fields are marked *