ରାଜ୍ୟ

ରାଜ୍ୟରେ ଅସହ୍ୟ ହେଉଛି କରୋନା ମୃତ୍ୟୁ: ଆଜି ୪୦ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ବରଗଡ଼, କଟକ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ଅନୁଗୁଳରୁ ୩ ଜଣ, ବାଲେଶ୍ୱର, ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *