ରାଜ୍ୟ

ରାଜ୍ୟରେ ତିନି ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୨୯୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୨୩୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୫୬ ହଜାର ୪୯୮ ରହିଥିବା ବେଳେ ୩୩ ହଜାର ୧୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *