ରାଜ୍ୟ

୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ୧୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏନେଇ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୧୫ଟି ଜିଲ୍ଲାଗୁଡିକ ହେଉଛି- ମାଲକାନଗିରି, କୋରାପୁଟ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା । ଏହି ଜିଲ୍ଲାଗୁଡିକୁ ସତର୍କ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *