ରାଜ୍ୟ

୧୦ ଜିଲ୍ଲା ସାବଧାନ୍! ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ୧୦ ଜିଲ୍ଲା ହେଉଛି- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଏବଂ ରାୟଗଡା ।ତେବେ ୩୦ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟରେ ମୌସୁମୀ ଦୁର୍ବଳ ଥିବାରୁ ଏହାର ପ୍ରଭାବରେ ଅନେକ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହୋଇପାରେ ପାଣିପାଗ ବିଭାଗ କହିଛି ।

Leave a Reply

Your email address will not be published. Required fields are marked *