ରାଜ୍ୟ

ପୁଣି ସଂକ୍ରମଣ ଦୁଇ ହଜାରରୁ ଖସିଲା

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତକାଲି ସଂକ୍ରମଣ ୨ ଉପରକୁ ଟପିଥିବା ବେଳେ ଆଜି ପୁଣି ତଳକୁ ଖସିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୯୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୮୧୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୯ ହଜାର ୯୮୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୩୫ ହଜାର ୭ ରହିଥିବା ବେଳେ ୧୯ ହଜାର ୬୮୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *