ରାଜ୍ୟ

୧୮ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ବେଳେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ୨୪ ଘଂଟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, କେଉଁଝର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିନେଇ ଏହି ସମସ୍ତ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୭ ତାରିଖ ସକାଳଠାରୁ ୨୮ ତାରିଖ ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ରାୟଗଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ ।

Leave a Reply

Your email address will not be published. Required fields are marked *