ରାଜ୍ୟ

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୯୨ କୁ ବୃଦ୍ଧି ପାଇଛି । ତେବେ ଆଜି କଟକରୁ ସର୍ବାଧିକ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହପରି ବାଲେଶ୍ୱର, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *