ରାଜ୍ୟ

ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିବ

ଭୁବନେଶ୍ୱର : ହୀରାକୁଦ ଡ୍ୟାମ୍ ର ଆଉ ୪ଟି ଗେଟ୍ ଖୋଲିବ । ଏବେ ହୀରାକୁଦର ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୩୯ ଫୁଟ ରହିଛି । ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୨୪ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଜଳଭଣ୍ଡାର ଭିତରକୁ ୪ ଲକ୍ଷ ୩୫ ହଜାର ୭୮୪ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୨୩ ହଜାର ୮୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ସେହିପରି ଉପର ମୁଣ୍ଡରେ ବର୍ଷା କାରଣରୁ ଅଧିକ ଗେଟ ଖୋଲା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *