ରାଜ୍ୟ

୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର !

ଭୁବନେଶ୍ୱର : କାଲିର ଘୂର୍ଣ୍ଣିବଳୟ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ରଟି ପଶ୍ଚିମଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ୪୮ ଘଣ୍ଟାରେ ଉପକୂଳରେ ପହଞ୍ଚିପାରେ ।ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୫ତାରିଖରୁ ୨୭ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏହି ସବୁଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *