ରାଜ୍ୟ

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲରେନ୍ସ, ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି। ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର। ଦୁଇ ଜଣ ପ୍ରଶାସନିକ ଅଧିକାରୀ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀ ସଂପଦ ଅଧିକାରୀ ଅଛନ୍ତି । ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଜାନକୀ ନାଥ ମିଶ୍ରଙ୍କ ନାଁରେ ଦୁଇଟି ମାମଲା ରହିଛି। ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଆକୂଳ ମଲ୍ଲିକ ନାଁରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଢେଙ୍କାନାଳ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥି ବିରୋଦ୍ଧରେ ଦୁଇଟି ଦୁର୍ନୀତି ମାମଲା ରହିଛି। ସେହିପରି ନୂଆପଡ଼ାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀ ଡ. ତ୍ରିଲୋଚନ ଧଳଙ୍କ ନାଁରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଏ ପର୍ଯ୍ୟନ୍ତ ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

Leave a Reply

Your email address will not be published. Required fields are marked *