ରାଜ୍ୟ

ଏସବୁ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ରହିଛି। ଏସବୁ ଜିଲ୍ଲା‌କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅକ୍ଟୋବର ୭ରୁ ୮ ତାରିଖ ମଧ୍ୟରେ କିଛିଟା ସ୍ଥାନ‌ରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ଅକ୍ଟୋବର ୮ରୁ ୯ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଚାନ୍ଦବାଲିରେ ୩୬.୨ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ କେନ୍ଦୁଝରରେ ୨୧.୮ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି। ଅକ୍ଟୋବର ୯ରୁ ୧୧ ତାରିଖ ମଧ୍ୟରେ କିଛିଟା ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *