Uncategorized

ପରଲୋକରେ ପଦ୍ମଶ୍ରୀ ବୀଣାପାଣି ମହାନ୍ତି

Bhubaneswar,24/4(Knews): ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ। ବିଶିଷ୍ଟ ଲେଖିକା ବୀଣାପାଣି ମହାନ୍ତି। କଟକ ବାଦାମବାଡ଼ିସ୍ଥିତ ବାସଭବନରେ ଦେହାନ୍ତ।ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।

ବୀଣାପାଣି ମହାନ୍ତିଙ୍କ ଜନ୍ମ ୧୯୩୬ ମସିହାରେ ବ୍ରହ୍ମପୁରରେ ହୋଇଥିଲା । ମାତ୍ର ତାଙ୍କ ପୈତୃକ ଗୃହ କେନ୍ଦ୍ରାପଡ଼ା ନିକଟସ୍ଥ ଚାନ୍ଦୋଳଠାରେ ଥିଲା । ସେ ୧୯୫୩ ମସିହାରେ ମାଟ୍ରିକ, ୧୯୫୭ରେ ଅର୍ଥନୀତିରେ ସ୍ନାତକ ଓ ୧୯୫୯ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ । ତାଙ୍କର ସାହିତ୍ୟିକ ଜୀବନ କବିତା ଲେଖାରୁ ଆରମ୍ଭ ହୋଇ ଥିଲା । ୧୯୬୦ ମସିହାରେ ସେ ଜଣେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଓ ୧୯୯୨ରେ ଏଥିରୁ ଅବସର ଗ୍ରହଣ କରିଥିଲେ । ସେ ଆଜୀବନ ଅବିବାହିତା

ବୀଣାପାଣି, ଜଣେ କବି ଭାବରେ ଲେଖାଲେଖି ଆରମ୍ଭ କରି, ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା “ତନ୍ଦ୍ରାହତ” ପ୍ରଜାତନ୍ତ୍ର ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ “ଗୋଟିଏ ରାତ୍ରୀର କାହାଣୀ” ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ମସିହାରେ ତାଙ୍କ ଗଳ୍ପ “ନାଉଗଛ” ତାଙ୍କୁ ବହୁ ପାଠକୀୟ ସ୍ୱୀକୃତି ଆଣି ଦେଇଥିଲା ଓ ସେ କବିତା ଛାଡି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ଚଳନ୍ତି ଜୀବନରୁ ସତସତିକା ଘଟଣାକୁ ସାଉଁଟି ନେଇ ତାହାକୁ ଗପ ରୂପ ଦେଇଥାନ୍ତି ବୀଣାପାଣି । “ନାଉଗଛ” ଗଳ୍ପଟି ବାଲେଶ୍ୱର କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖାଯାଇଥିଲା । କଲେଜରେ ଆପେ ଆପେ ମାଡ଼ିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି ଭୁବନେଶ୍ୱରର ରସୁଲଗଡ଼ ଛକରେ ବସରେ ଜୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।

ରଚନାବଳୀ
ଗପ
କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ
ପାଟଦେଇ
ବସ୍ତ୍ର ହରଣ
ଆରୋହଣ
ଇଣ୍ଟରଭିଉ
ଏକାକୀ ପରାଶର
ନବ ତରଙ୍ଗ
ଅନ୍ଧକାରର ଛାଇ
ମଧ୍ୟାନ୍ତର
ପାଟଦେଈ
ବହ୍ନି ବଳୟ
ଉତ୍ତରାୟଣ
ସାୟାହ୍ନର ସ୍ୱର
ତଟିନୀର ତୃଷ୍ଣା
କାଳାନ୍ତର
ମଧ୍ୟାନ୍ତର
ଜନ୍ମାନ୍ତର
ଅଶ୍ରୁଅନଳ
ଶକୁନିର ଚକା
ଅପହଞ୍ଚ ଆକାଶ
ପାଚେରୀ ସେପଟେ ନଈ
ଖେଳ ଚାଲିଛି
ଦୃଶ୍ୟାନ୍ତର
ଖେଳନା
ଚରିତ୍ର ହସୁଛି
ଉପନ୍ୟାସ
ସୀତାର ଶୋଣିତ
ମନସ୍ୱିନୀ
କୁନ୍ତୀ କୁନ୍ତଳା ଶକୁନ୍ତଳା
ଆତ୍ମଜୀବନୀ
ବିତିଯାଇଥିବା ଦିନ (ପ୍ରକାଶନ ଅପେକ୍ଷାରେ)


ସମ୍ମାନ ଓ ପୁରସ୍କାର
ପଦ୍ମଶ୍ରୀ, ୨୦୨୦ ଥ୪ଧ
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୯୦ (ପାଟଦେଇ ପାଇଁ) ଥ୫ଧ
ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ୨୦୧୯ଥ୬ଧ
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୬୯ (କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ ପାଇଁ)ଥ୭ଧ
ଝଙ୍କାର ପୁରସ୍କାର (କ୍ଷୁଦ୍ରଗଳ୍ପ), ୧୯୭୪ (ପ୍ରଜାତନ୍ତ୍ର ପ୍ରଚାର ସମିତି ପ୍ରଦତ୍ତ)ଥ୮ଧ
ଶାରଳା ପୁରସ୍କାର, ୨୦୧୦ ଥ୯ଧ
ସାହିତ୍ୟ ଭାରତୀ ସମ୍ମାନ, ୨୦୦୨ଥ୧୦ଧ
ଧରିତ୍ରୀ କ୍ଷୁଦ୍ରଗଳ୍ପ ସମ୍ମାନ, ୧୯୮୦ଥ୧୧ଧ
ବିଷୁବ ପୁରସ୍କାର, ୨୦୦୦

Leave a Reply

Your email address will not be published. Required fields are marked *