Uncategorized

ବୀଣାପାଣି ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

24st April,(Knews) : ଯଶସ୍ବୀ ସାରସ୍ୱତ ସାଧକ ବୀଣାପାଣି ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି.

ଏକ ଶୋକବର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ବୀଣାପାଣି ମହାନ୍ତି ତାଙ୍କ ଗଳ୍ପ ଓ ଉପନ୍ୟାସ ରେ ନାରୀ ଜୀବନ ର ସଂଘର୍ଷକୁ ସଫଳତାର ସହ ଉପସ୍ଥାପନା କରିଯାଇଛନ୍ତି.. ତାଙ୍କର କାଳଜୟୀ ରଚନା ନାରୀ ସଶକ୍ତିକରଣ ପାଇଁ ସବୁବେଳେ ପ୍ରେରଣା ଯୋଗାଇ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି . ବୀଣାପାଣି ମହାନ୍ତିଙ୍କ ବିୟୋଗ ଓଡ଼ିଆ ସାରସ୍ୱତ ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି.
ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି.
ସ୍ବର୍ଗତ ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି

Leave a Reply

Your email address will not be published. Required fields are marked *