ମହାନଗରରାଜ୍ୟ

ଭୁବନେଶ୍ୱରରେ ଆଜି ୧୧୯୬ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୫୮ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୫୫ ହଜାର ୭୭୨ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦,୬୮୯ ଜଣ ଚିକିତ୍ସିତ ହେଉଥିବା ବେଳେ ୨୮୪ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *