ରାଜ୍ୟ

ସାବଧାନ୍‌ ! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଫଳରେ ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ସେଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୟେଲୋ ୱାର୍ଣ୍ଣିଂ ହୋଇଥିବା ଜିଲ୍ଲାଗୁଡିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ । ଏହା ସହ ଗଞ୍ଜାମ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Leave a Reply

Your email address will not be published. Required fields are marked *