ମହାନଗରରାଜ୍ୟ

ଭୁବନେଶ୍ୱରରୁ ଆଜି ୧୦୬୨ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ଆଜି ୧୦୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୯୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୯୯୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୦ ହଜାର ୯୬୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୫୭ ହଜାର ୮୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୨,୭୯୫ ଜଣ ଚିକିତ୍ସିତ ହେଉଥିବା ବେଳେ ୩୨୧ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *