ମହାନଗରରାଜ୍ୟ

ଭୁବନେଶ୍ୱରରୁ ଆଜି ୪୭୧ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୪୭୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୫୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୬୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୨ ହଜାର ୩୫୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୫୯ ହଜାର ୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୨,୦୯୭ ଜଣ ଚିକିତ୍ସିତ ହେଉଥିବା ବେଳେ ୩୨୮ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *