ମହାନଗରରାଜ୍ୟ

ଭୁବନେଶ୍ୱରରୁ ଆଜି ୯୧୮ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୯୧୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୪୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୧୦୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୭ ହଜାର ୬୭୬ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୬୬ ହଜାର ୩୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦,୯୮୮ ଜଣ ଚିକିତ୍ସିତ ହେଉଥିବା ବେଳେ ୩୪୩ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *