ରାଜ୍ୟ

ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ସକ୍ରିୟ: ଆଜି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି। ଦିନକୁ  ଦିନ ବଦଳୁଛି ପାଗ । ମୌସୁମୀ ବର୍ଷା ପାଇଁ ସ୍ଥିତି ପୂରା ଅନୁକୂଳ ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି । ଏହା ମୌସୁମୀକୁ ଧରି ଆଣି ଓଡ଼ିଶାରେ ଆସନ୍ତା ଦୁଇଦିନ (୯ ଜୁନ ଓ ୧୦ ଜୁନ୍‌) ଭିତରେ ପହଞ୍ଚାଇ ଦେବ । ଏଭଳି ଆକଳନ କରିଛିପାଣିପାଗ ବିଭାଗ । ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି, ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଏହାବାଦ୍‌ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳରେ ଘଡ଼ଘଡ଼ି ସହ ୪୦-୫୦ କିମି ବେଗରେ ପବନ ଏବଂ ବର୍ଷା ହୋଇପାରେ ।
ଆସନ୍ତା ୧୧ ଜୁନ୍‌ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ତେବେ ୧୦ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶା ପ୍ରବେଶ କରିପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୦ରୁ ୧୪ ତାରିଖ ଭିତରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଏବଂ କିଛି ଅଞ୍ଚଳରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଅଛି ।ଅନ୍ୟପକ୍ଷରେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇପାରେବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave a Reply

Your email address will not be published. Required fields are marked *