ରାଜ୍ୟ

ଆସନ୍ତାକାଲି ନୂଆପଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡା ଜିଲ୍ଲା ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ରାଜ୍ୟ ସରକାର ସମବିକାଶକୁ ଗୁରୁତ୍ୱ ଦେଉଥିବାରୁ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ । ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି । ସେହିକ୍ରମରେ ଏକାଧିକ ପ୍ରକଳ୍ପର ଉଦ୍‌ଘାଟନ ସହ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

ରାଜ୍ୟ ସରକାରଙ୍କ ବିକାଶ କାମ ପ୍ରତି ପଂଚାୟତରେ ପହଂଚାଇବା ପାଇଁ ରାଜ୍ୟ ଶାସନ କଳ ଲାଗି ପଡିଥିବାରୁ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । ସରକାରୀ ଟଙ୍କାରେ ଦଳୀୟ ନେତା ଓ ମନ୍ତ୍ରୀ ମଉଜ କରୁଥିବା କହିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଯଦି କେହି ବିକାଶ ପ୍ୟାକେଜକୁ ମଉଜ ବୋଲି କହୁଥାନ୍ତି ଜନତା ତାର ଜବାବ ଦେବେ ବୋଲି କହିଛନ୍ତି ବିଜେଡି ବିଧାୟକ ଶଶିଭୂଷଣ ବେହେରା ।

Leave a Reply

Your email address will not be published. Required fields are marked *