ଦେଶ- ବିଦେଶରାଜ୍ୟ

୨୧ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ମାର୍ଚ୍ଚ ୨୧ରେ ସେ ରାଉରକେଲାସ୍ଥିତ ଏନ୍‌ଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ସହ ଆଇଜିଏଚ୍ ସୁପର ସ୍ପେଶିଆଲିଟି ହସ୍ପିଟାଲ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ସେହିଦିନ ରାଜଭବନରେ ରାତ୍ରିଯାପନ କରିବେ । ଏହାପରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ମାର୍ଚ୍ଚ ୨୨ ଅର୍ଥାତ ଗସ୍ତର ଦ୍ୱିତୀୟ ଦିନରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ । ରାଷ୍ଟ୍ରପତି ଭାବରେ ଦାୟିତ୍ୱ ନେବାପରେ ସେ ପ୍ରଥମ ଥର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏନ୍‌ଆଇଟି ଏବଂ କୋଣାର୍କ ମନ୍ଦିରରେ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଯାଇଛି । ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଭବ୍ୟ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *