ରାଜ୍ୟ

ରଘୁରାଜପୁରରେ ଅନୁଷ୍ଠିତ କଳାଶିବିର ସପ୍ତରଙ୍ଗ ଉଦଯାପିତ, ମୁଖ୍ୟମନ୍ତ୍ରୀ କହିଲେ-‘ଆମ କଳା ଆମ ଗୌରବ’

ଭୁବନେଶ୍ୱର : ପୁରୀ ରଘୁରାଜପୁରରେ ଅନୁଷ୍ଠିତ କଳାଶିବିର ସପ୍ତରଙ୍ଗ ଆଜି ଉଦଯାପିତ ହୋଇଯାଇଛି । ଏଥିରେ ଭାଗ ନେଇଥିବା ପରିବାରକୁ ୧୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଅର୍ଥ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ରଘୁରାଜପୁର ଓଡିଶାର ଗର୍ବ ଓ ଗୌରବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରେ ଓଡିଶାର କଳା ହିଁ ତାର ଅନ୍ୟତମ ପରିଚୟ । ଆମ କଳା ଆମ ଗୌରବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ରଘୁରାଜପୁର ଗାଁର ଶିଳ୍ପୀଙ୍କ ତୂଳୀରେ ରୂପ ନେଉଥିବା ପଟ୍ଟଚିତ୍ର ଆଜି ଓଡିଶା ପାଇଁ ଅନେକ ସୁନାମ ଓ ପ୍ରତିଷ୍ଠା ଆଣିଛି । ମହାନ୍ ଓଡିଶୀ ନୃତ୍ୟଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କର ଜନ୍ମଭୂମି ମଧ୍ୟ ରଘୁରାଜପୁର । ଏହାର ସୁରକ୍ଷା ଓ ବିକାଶ ପାଇଁ ସରକାର ସବୁବେଳେ କାମ କରୁଛନ୍ତି ଓ କାମ କରିଚାଲିବେ ।’ Zoom ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଓ ବିଭାଗୀୟ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ଓଡିଶା ଲଳିତକଳା ଏକାଡେମୀର ସଭାପତି ଡଃ ସୁଦର୍ଶନ ପଟ୍ଟନାୟକ, ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ରଂଜନ ଦାସ, ପୁରୀ ଜିଲ୍ଲାପାଳ ଏବଂ ରଘୁରାଜପୁର ଗ୍ରାମ୍ୟ କମିଟିର ସଭାପତି ଶ୍ରୀ ଲିଙ୍ଗରାଜ ସୁବୁଦ୍ଧି ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରଘୁରାଜପୁର ଓଡିଶାର ଗର୍ବ ଓ ଗୌରବ। ଏହି ଗାଁର ଶିଳ୍ପୀଙ୍କ ତୂଳୀରେ ରୂପ ନେଉଥିବା ପଟ୍ଟଚିତ୍ର ଆଜି ଓଡିଶା ପାଇଁ ଅନେକ ସୁନାମ ଓ ପ୍ରତିଷ୍ଠା ଆଣିଛି । ମହାନ୍ ଓଡିଶୀ ନୃତ୍ୟଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କର ଜନ୍ମଭୂମି ମଧ୍ୟ ରଘୁରାଜପୁର । କିଛି ବର୍ଷ ପୂର୍ବେ କୌଣସି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ନ ଥାଇ ପୁରୀ ଯିବା ବାଟରେ ରଘୁରାଜପୁର ପରିଦର୍ଶନ କରିଥିବା ବିଷୟ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଚାଲି ଚାଲି ପୁରା ଗାଁ ବୁଲି ଦେଖିଥିଲେ । ପ୍ରତି ଘର ଦାଣ୍ଡ କାନ୍ଥରେ ଅଙ୍କିତ ଚିତ୍ର ତାଙ୍କୁ ମୁଗ୍ଧ କରିଦେଇଥିଲା । ସାରା ଗାଁଟି ତାଙ୍କୁ ଏକ Art Gallery ପରି ଲାଗିଥିଲା ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ । ତା ପରେ ପରେ ଗାଁ ଲୋକ ଯେପରି ଗାଁ ମଣ୍ଡପରେ ସଙ୍ଗେ ସଙ୍ଗେ ଗୋଟିପୁଅ ନାଚର ଆୟୋଜନ କରିଥିଲେ, ତାର ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ ଏବଂ ରଘୁରାଜପୁର ବାସିନ୍ଦା ମାନଙ୍କର ସେ ଦିନର ସେହି ଆଦର ତାଙ୍କ ପାଇଁ ଏକ ଅଭୁଲା ସ୍ମୃତି ହୋଇ ରହିଛି ଏବଂ ଏହାକୁ ସେ କେବେ ଭୁଲିପାରିବେ ନାହିଁ ବୋଲି ସେ କହିଥିଲେ ।

Leave a Reply

Your email address will not be published. Required fields are marked *