ରାଜ୍ୟ

ରାଜ୍ୟରେ ପୁଣି ବଢ଼ିଲା କରୋନା ମୃତ୍ୟୁସଂଖ୍ୟା: ଆଜି ୪୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ୭ ଜଣ, ବରଗଡ଼, କଟକ ଓ ପୁରୀରୁ ୫ ଜଣ ଲେଖାଏଁ, ଝାରସୁଗଡ଼ା ଓ ସମ୍ବଲପୁରରୁ ୪ ଜଣ ଲେଖାଏଁ, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ ଓ ସୋନପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *