ରାଜ୍ୟ

ଓଡ଼ିଶାରୁ ଆଜି ୪୪ ଜଣଙ୍କ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ ?

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ, କଟକରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, ପୁରୀରୁ ୪ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ନୟାଗଡ଼ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ ଓ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ୩୭୬୧ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *