ରାଜ୍ୟ

ଓମ୍‌ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

ଭୁବନେଶ୍ୱର : ଓମ୍‌ଫେଡ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ । ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ମହାମାରୀ ଓଡ଼ିଶା ସମେତ ସାରା ବିଶ୍ୱରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଞ୍ଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି ।

ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି । ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍ଧ ଚାଷ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ଏବଂ ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନଜୀବିକାରେ ବିଶେଷ ସହାୟକ ହୋଇଥାଏ । କୋଭିଡ ମହାମାରୀ ପରିପ୍ରେକ୍ଷୀରି ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍‌?ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ôଥକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ôଥକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *