ରାଜ୍ୟ

ଓଏଏସ୍ଅ ଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି । ୮ ଜଣ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି । ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଇଏସଆଇ ନିର୍ଦ୍ଦେଶକ, ରାଜସ୍ୱ ପର୍ଷଦର ଅତିରିକ୍ତ ସଚିବ ନିହାର ରଞ୍ଜନ ଦାଶଙ୍କୁ ଜମିଜମା ରେକର୍ଡ ଓ ବନ୍ଦୋବସ୍ତର ଅତିରିକ୍ତ କମିଶନର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସିଇଓ ପ୍ରମୋଦ କୁମାର ମିଶ୍ରଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ, ପାଟଣାଗଡ଼ ଉପଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କୁ ରାୟଗଡ଼ାର ଅତିରିକ୍ତ ଜିଲ୍ଲାପାଳ, ମୟୂରଭଞ୍ଜ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭବେଶ କୁମାର ନାୟକଙ୍କୁ ବାଲେଶ୍ୱରର ଅତିରିକ୍ତ ଜିଲ୍ଲାପାଳ, କୁଚିଣ୍ଡାର ତହସିଲଦାର ନିଶି ପୁନମ ମିଞ୍ଜଙ୍କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ, ନବରଙ୍ଗପୁର ଉପଜିଲ୍ଲାପାଳ ଭାସ୍କର ରାଇତୋଙ୍କୁ ନବରଙ୍ଗପୁରର ଅତିରିକ୍ତ ଜିଲ୍ଲାପାଳ, କୁଚିଣ୍ଡାର ଉପଜିଲ୍ଲାପାଳ ପବିତ୍ର ବେହେରାଙ୍କୁ ରେଢ଼ାଖୋଲର ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି ।

Leave a Reply

Your email address will not be published. Required fields are marked *