ରାଜ୍ୟ

ଆଜି ପୁଣି ରାଜ୍ୟରେ ୪୬ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ନୟାଗଡ଼, ପୁରୀ, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଗଞ୍ଜାମ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସମ୍ବଲପୁର ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବରଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ସୋନପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *