ରାଜ୍ୟ

ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ, ଆଜି ୩୨୨୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା କିଛିଦିନ ଧରି ଲୁଚକାଳି ଖେଳିବାରେ ଲାଗିଛି । ଦୁଇଦିନ ଧରି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଉପରେ ରହୁଛି । ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ସଂକ୍ରମଣ ଅଧିକ ରହିଥିବା ଦେଖିବାକୁ ମିଳିଛି । ଏହା ମଧ୍ୟରେ ଆଜି ପୁଣି ୩୨୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୦ ହଜାର ୯୯୭ ରହିଥିବା ବେଳେ ୩୦ ହଜାର ୯୫୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *