ରାଜ୍ୟ

ଏଣିକି କଲେଜ ଆସିବେ ସବୁ ଷ୍ଟାଫ୍

ଭୁବନେଶ୍ୱର : ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଧିରେ ଧିରେ କମିବାରେ ଲାଗିଛି । ଏହାରି ମଧ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନର ସମସ୍ତ ଟିଚିଂ ଓ ନନ୍ ଟିଚିଂ ଷ୍ଟାଫଙ୍କୁ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜୁଲାଇ ୬ ତାରିଖରୁ ସମସ୍ତେ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ କୋଭିଡ ପାଇଁ ଜାରି ହୋଇଥିବା ୫୦% ଷ୍ଟାଫଙ୍କୁ ନେଇ ରୋଷ୍ଟର ଡ୍ୟୁଟି ପ୍ରତ୍ୟାହାର ହୋଇଛି । ତେବେ ଆଗକୁ ୟୁଜି ଓ ପିଜି ପରୀକ୍ଷା ଥିବାରୁ ସମସ୍ତ ଷ୍ଟାଫ କଲେଜ ଆସିବା ଦରକାର । ଏନେଇ କୁଳପତି ଓ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚ ଶିକ୍ଷା ସଚିବ ।

Leave a Reply

Your email address will not be published. Required fields are marked *