ରାଜ୍ୟ

ୱେବ୍‌ ପୋର୍ଟାଲରେ ପାଠ ପଢ଼ିବେ ଯୁକ୍ତ ୩ ଛାତ୍ରଛାତ୍ରୀ

ଭୁବନେଶ୍ୱର: ମହାମାରୀ କରୋନା ଯୋଗୁ ସ୍କୁଲ, ଟିଉସନ ସବୁ ବନ୍ଦ ଥିବାରୁ ପାଠପଢ଼ିବା ପାଇଁ ଛାତ୍ରଛାତ୍ରୀମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନରେ ଯେଭଳି କୌଣସି ଅସୁବିଧା ନହୁଏ ଏହା ଦୃଷ୍ଟିରେ ରଖି ସରକାର ବିଭିନ୍ନ ପ୍ରକାର ବ୍ୟବସ୍ଥା କରିଛନ୍ତି। ପୂର୍ବରୁ ପ୍ରଥମରୁ ୮ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୟୁଟ୍ୟୁବ୍‌ରେ ଶିକ୍ଷାଦାନ ବ୍ୟବସ୍ଥା କରାଯାଇଥିବା ବେଳେ ଏବେ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଇଁ ୱେବ୍‌ ପୋର୍ଟାଲ ମାଧ୍ୟମରେ ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରିବାକୁ ନିଷ୍ପତ୍ତି ନିଆଯାଇଛି। କରୋନା ପାଇଁ ଶ୍ରେଣୀ ଗୃହରେ ଶିକ୍ଷାଦାନ ଆରମ୍ଭ ହୋଇ ପାରୁନଥିବାରୁ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ଲାଗି ୱେବ୍‌ ପୋର୍ଟାଲ ମାଧ୍ୟମରେ ରାଜ୍ୟ ସରକାର ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ବ୍ୟବସ୍ଥାରେ ଛାତ୍ରଛାତ୍ରୀମାନେ ଭର୍ଚୁଆଲ ଟ୍ୟୁଟୋରିଆଲ ପ୍ରୋଜେକ୍ଟରେ ସାମିଲ ହେବେ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି କରାଯାଇଛି। ଆସନ୍ତା ୮ ତାରିଖରେ ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ପୋର୍ଟାଲକୁ ଲୋକାର୍ପଣ କରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *