ରାଜ୍ୟ

ଓଡ଼ିଶାରୁ ପୁଣି ୬୮ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ ୩୦

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିୟମନ୍ତ୍ରକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୪୪୫କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୦ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ପୁରୀରୁ ୧୧, ଅନୁଗୁଳରୁ ୮, ମୟୂରଭଞ୍ଜରୁ ୭, କେନ୍ଦୁଝରରୁ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *