ଅପରାଧରାଜ୍ୟ

ପୁଲିସ ଏନ୍‌କାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁ

ବାଲେଶ୍ୱର : ଗ୍ୟାଙ୍ଗଷ୍ଟର ହାଇଦରର ପୁଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଥିବା ସୂଚନା । ଗ୍ୟାଙ୍ଗଷ୍ଟର ହାଇଦରକୁ ପୁଲିସ ଏନକାଉଣ୍ଟର କରିଛି । କଟକ ଜିଲ୍ଲା ଚୌଦ୍ୱାର ଜେଲରୁ ମୟୂରଭଂଜ ଜିଲ୍ଲା ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ଏନକାଉଣ୍ଟର କରିଛି ପୁଲିସ । ହାଇଦର ପରିଶ୍ରା କରିବା ବାହାନାରେ ଦୌଡ଼ି ପଳାଉଥିଲା। କିନ୍ତୁ ପୁଲିସ ସେହି ସମୟରେ ଉପାୟ ନପାଇ ବାଧ୍ୟହୋଇ ହାଇଦରକୁ ଗୁଳି କରିଥିଲା । ହାଇଦରକୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କୁଖ୍ୟାତ ଅପରାଧୀ ହାଇଦରକୁ ଆଜି ଚୌଦ୍ୱାର ଜେଲରୁ ବାରିପଦା ଜେଲ ନିଆଯାଉଥିଲା ବୋଲି କଟକ ଡିସିପି ପ୍ରତୀକ ସିଂହ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଡିସିପି କହିଛନ୍ତି ଯେ, ବାଲେଶ୍ୱର ଜିଲ୍ଲା ସିମୁଳିଆ ନିକଟରେ ଆଜି ଅପରାହ୍ନ ପ୍ରାୟ ୩ଟା ୨୦ରେ ହାଇଦର ପରିଶ୍ରା ଯିବା ପାଇଁ କଟକ ପୁଲିସର ଏସ୍କଟ  ଟିମ୍‌କୁ କହିଥିଲା । ସେଠାରୁ ସେ ସୁଯୋଗ ଦେଖି ଖସି ପଳାଇବାକୁ ଉଦ୍ୟମ କରିଥିଲା । ସୁରକ୍ଷାକର୍ମୀଙ୍କ ଠାରୁ ବନ୍ଧୁକ ଛଡ଼ାଇବାକୁ ଉଦ୍ୟମ କରିଥିଲା । ଉପାୟ ନ ପାଇ ସୁରକ୍ଷାକର୍ମୀ ତାକୁ ଅଟକାଇବାକୁ ଗୁଳି ଚଳାଇଥିଲେ । ହାଇଦର ପେଟରେ ଗୁଳି ବାଜିଛି ବୋଲି ଡିସିପି କହିଛନ୍ତି ।

Leave a Reply

Your email address will not be published. Required fields are marked *