ରାଜ୍ୟ

୨୪ ଘଣ୍ଟାରେ ରାଜ୍ୟରେ ୧୫୫୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୯ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୫୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୦୪ ଓ ସ୍ଥାନୀୟ ଅଞ୍ଚଳରୁ ୬୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୫ ହଜାର ୬୯୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୩ ହଜାର ୮୮ ରହିଥିବା ବେଳେ ୧୬ ହଜାର ୭୧୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *