ରାଜ୍ୟ

ରାଜ୍ୟରୁ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୬୨ କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *