ମହାନଗରରାଜ୍ୟ

ମୂର୍ତ୍ତି ବିବାଦ : ଆସନ୍ତାକାଲି ରାୟ

କଟକ : ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଶୁଣାଣି ଶେଷ ହୋଇଛି । ଆସନ୍ତାକାଲି ରାୟ ଶୁଣାଇବେ ହାଇକୋର୍ଟ । ତେବେ ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ବାଲୁବଜାର ପୂଜା କମିଟି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ପୂଜା କମିଟି ଏସଆରସିଙ୍କ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଏଥିରେ ପୂର୍ବପରି ମୂର୍ତ୍ତିର ଉଚ୍ଚତା ବଜାୟ ରଖିବାକୁ ଅନୁମତି ଲୋଡ଼ିଥିଲା ବାଲୁ ବଜାର ପୂଜା କମିଟି । ଏସଆରସିଙ୍କ ବିଜ୍ଞପ୍ତି ଅନୁସାରେ, ମୂର୍ତ୍ତିର ଉଚ୍ଚତା ୪ ଫୁଟ ଭିତରେ ରହିବାକୁ ଥିବା ବେଳେ ମଣ୍ଡପ ୩ ପଟୁ ପରଦାରେ ଆବଦ୍ଧ ରହିବ । ଭକ୍ତ ମାନେ ମା’ଙ୍କ ଦର୍ଶନ କରିପାରିବେ ନାହିଁ । କେବଳ ନୀତିକାନ୍ତିରେ ପୂଜା ଶେଷ ହେବ ବୋଲି କଟକଣା ରହିଥିଲା । ଆଉ ଏଭଳି କଟକଣା ବିରୋଧରେ କଟକର ବିଭିନ୍ନ ପୂଜା କମିଟି ପ୍ରତିବାଦ କରିଥିଲେ । ବର୍ଷାରେ ଓଦା ହୋଇ ମୂର୍ତ୍ତି କଟକଣାକୁ ହଟାଇବାକୁ ପ୍ରଶାସନ ଓ ସରକାରଙ୍କୁ ଅନୁରୋଧ କରିଥିଲେ । ଏପରିକି ପରବର୍ତ୍ତୀ ସମୟରେ ବିଭିନ୍ନ ପୂଜା କମିଟିର ସଦସ୍ୟଙ୍କ ସହ ସରକାର ଏହି ମୂର୍ତ୍ତି ବିବାଦକୁ ନେଇ ଆଲୋଚନା କରିଥିଲେ ।

Leave a Reply

Your email address will not be published. Required fields are marked *