ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ପାଟଣାଗଡ ଗସ୍ତ; ୨୩ଟି ପ୍ରକଳ୍ପ ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ

ପାଟଣାଗଡ : ପାଟଣାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗୀର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିଥିବା ବେଳେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବା ସହ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟଣାଗଡ଼ ରମାଇ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ସ୍ୱତନ୍ତ୍ର ହେଲିକେପଟର ଯୋଗେ ପହଁଚିଥିଲେ। ପାଟଣାଗଡ଼ରେ ନିର୍ବାଚନ ମଣ୍ଡଳିର ୧୧୫.୬୯ କୋଟି ବିନିମୟରେ ୨୩ ଟି ପ୍ରକଳ୍ପର ଉଦଘାଟନ କରିବା ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ। ହରିଶଙ୍କର ମନ୍ଦିର ଏବଂ ଗନ୍ଧମାର୍ଦ୍ଦନ ପର୍ବତର ବିକାଶ ଏବଂ ପର୍ୟ୍ୟଟକଙ୍କ ସୁବିଧା ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ପରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତଭୁକ୍ତ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନୁସାରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଥିଲେ ମୁଖ୍ୟମନ୍ତ୍ରୀ ।ଏହି କାର୍ୟ୍ୟକ୍ରମରେ ୫ଟି ସଚ୍ଚିବ ଭି.କେ ପାଣ୍ଡିଆନ,ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର,ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଓ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ଏବଂ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *