ରାଜ୍ୟ

ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ୨୪ ଘଣ୍ଟାରେ ଆହୁରି ଅଧିକ ଘନୀଭୂତ ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମବଙ୍ଗ ନିକଟବର୍ତ୍ତୀ ଥିବାରୁ ଉତ୍ତର ପଶ୍ଚିମ ଭାଗରେ ଅଧିକ ପ୍ରଭାବ ପଡ଼ିବ । କାଲି ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ସହିତ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ଜମିପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *